କୋରେଇ, ୨୧ ଫେବ୍ରୁଆରି (ହି.ସ.) - କୋରେଇ ବ୍ଲକ ଅନ୍ତର୍ଗତ କରଦା ଗ୍ରାମ ପଂଚାୟତର ବିଜୁ ଜନତା ଦଳର ଯୁବ ସଭାପତି ଭାବେ ସୁଶିଲ କୁମାର ବେହେରା ଦୀର୍ଘ ବର୍ଷ ହେବ କାର୍ଯ୍ୟ କରିଆସୁଥିଲେ । ଆଜି ସେ ବିଜୁ ଜନତା ଦଳର ପ୍ରାଥମିକ ସଦସ୍ୟ ପଦରୁ ଓ ଯୁବ ସଭାପତି ପଦରୁ ଇସ୍ତଫା ଦେଇଛନ୍ତି । ତାଙ୍କର ବ୍ୟକ୍ତିଗତ କାରଣରୁ ଇସ୍ତଫା ଦେଇଥିବା ଏକ ପ୍ରେସ ବିଜ୍ଞପ୍ତିରେ ପ୍ରକାଶ କରିଛନ୍ତି । ଏଥି ସହିତ ସେ ଏହାର ଏକକିତା ନକଲ ଜିଲ୍ଲା ଯୁବ ବିଜେଡି ସଭାପତିଙ୍କୁ ପ୍ରେରଣ କରିଥିବା ଦର୍ଶାଇଛନ୍ତି ।
ହିନ୍ଦୁସ୍ଥାନ ସମାଚାର/ଭାସ୍କର/ଭାନୁ
ହିନ୍ଦୁସ୍ଥାନ ସମାଚାର / ଭାନୁ ଚରଣ