ଭୁବନେଶ୍ୱର, 21 ଫେବ୍ରୁଆରି (ହି.ସ.)- ଆଜି ଠାରୁ
ଆରମ୍ଭ ହୋଇଛି ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ପରୀକ୍ଷା। ସକାଳ
୯ଟାରୁ ପରୀକ୍ଷା ଆରମ୍ଭ ହୋଇଛି। ଏଥିଲାଗି ସକାଳ ସାଢ଼େ ୭ଟା ବେଳୁ ପରୀକ୍ଷାକେନ୍ଦ୍ର ସମ୍ମୁଖରେ
ଅଭିଭାବକ,
ଛାତ୍ରଛାତ୍ରୀ ଓ ବିଭିନ୍ନ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମଧ୍ୟ
ଉପସ୍ଥିତ ଥିବା ଦେଖିବାକୁ ମିଳିଛି। ମାଟ୍ରିକ୍ ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହୋଇ ୧୧ଟା
୩୦ମିନିଟରେ ସରିବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା