ଭୁବନେଶ୍ୱର, ୨୧ ଫେବୃଆରୀ (ହି.ସ.)- ୨୧ ତାରିଖ ଠାରୁ ୨୪ ତାରିଖ ପର୍ଯ୍ୟନ୍ତ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ପାଣିପାଗ ବିଭାଗ ପକ୍ଷରୁ କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି ।
ଆସନ୍ତା ୨୪ ଘଂଟା ମଧ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କୋହଲା ପାଗ ନେଇ ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝରଗଡ଼, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କଟକ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ କୋହଲା ପାଗ ରହିବ । କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ହୋଇପାରେ ।
ସେହିପରି ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝରଗଡ଼ର କେତେକ ସ୍ଥାନରେ ଏବଂ ଢ଼େଙ୍କାନାଳ, ଅନୁଗୁଳ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଦେବଗଡ଼, ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ଏବଂ ଝାରସୁଗୁଡ଼ା, ସମ୍ବଲପୁର, ଗଞ୍ଜାମ, ଗଜପତି, ରାୟଗଡ଼ା ଆଦି ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସାଙ୍ଗକୁ କୋହଲା ପାଗ ରହିପାରେ । ଏନେଇ ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝରଗଡ଼, ବାଲେଶ୍ୱର ଜିଲ୍ଲାକୁ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ । ସେହିପରି ଦେବଗଡ଼, ସୁନ୍ଦରଗଡ଼, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଝାରସୁଗୁଡ଼ା ଏବଂ ସମ୍ବଲପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ହୋଇପାରେ । ଏହି ସମୟରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ