ଗୁରୁ ମାୟାଧର ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର, 22 ଫେବ୍ରୁଆରି (ହି.ସ.)– ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ ଗୁରୁ ମାୟାଧର ରାଉତଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି । ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି. ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଗୁରୁ ମାୟାଧର ରାଉତଙ୍
ଗୁରୁ ମାୟାଧର ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ


ଭୁବନେଶ୍ୱର, 22 ଫେବ୍ରୁଆରି (ହି.ସ.)– ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ ଗୁରୁ ମାୟାଧର ରାଉତଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି. ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଗୁରୁ ମାୟାଧର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ। ତାଙ୍କ ଦେହାନ୍ତ ଓଡ଼ିଶୀ ନୃତ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ଓଡ଼ିଶୀ ନୃତ୍ୟକୁ ଶାସ୍ତ୍ରଭିତ୍ତିକ ଜ୍ଞାନରେ ଆହୁରି ସମୃଦ୍ଧ କରିବା ତଥା ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟର ଗରିମା ବୃଦ୍ଧି କରିବାରେ ତାଙ୍କ ଜୀବନବ୍ୟାପୀ ଅବଦାନ ଚିର ସ୍ମରଣୀୟ ହୋଇରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

ଗୁରୁ ମାୟାଧର ରାଉତଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର, 22 ଫେବୃଆରୀ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ ଗୁରୁ ମାୟାଧର ରାଉତଙ୍କ ବିୟୋଗରେ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ସେ ସୋସିଆଲ ମିଡିଆ ଏକ୍ସରେ ଲେଖିଛନ୍ତି. ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ପୁରସ୍କାର ପ୍ରାପ୍ତ ଗୁରୁ ମାୟାଧର ରାଉତଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ। ତାଙ୍କ ଦେହାନ୍ତ ଓଡ଼ିଶୀ ନୃତ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ଓଡ଼ିଶୀ ନୃତ୍ୟକୁ ଶାସ୍ତ୍ରଭିତ୍ତିକ ଜ୍ଞାନରେ ଆହୁରି ସମୃଦ୍ଧ କରିବା ତଥା ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଓଡ଼ିଶୀ ନୃତ୍ୟର ଗରିମା ବୃଦ୍ଧି କରିବାରେ ତାଙ୍କ ଜୀବନବ୍ୟାପୀ ଅବଦାନ ଚିର ସ୍ମରଣୀୟ ହୋଇରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ମୋର ସମବେଦନା ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande