ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ହେଲେ ଶକ୍ତିକାନ୍ତ ଦାସ
ନୂଆଦିଲ୍ଲୀ/ଭୁବନେଶ୍ୱର, 22 ଫେବ୍ରୁଆରି (ହି.ସ.)ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି। ଗତ କିଛି ମାସ ପୂର୍ବରୁ ଭାରତୀୟ ରିଜର୍ଭ ବ୍ୟାଙ୍କରୁ ଗଭର୍ଣ୍ଣର ଭାବେ ଅବସର ନେଇଥିବା ଶକ୍ତିକାନ୍ତ ଦାସଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ପଦବି ମିଳି
ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ହେଲେ ଶକ୍ତିକାନ୍ତ ଦାସ


ନୂଆଦିଲ୍ଲୀ/ଭୁବନେଶ୍ୱର, 22 ଫେବ୍ରୁଆରି (ହି.ସ.)ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି। ଗତ କିଛି ମାସ ପୂର୍ବରୁ ଭାରତୀୟ ରିଜର୍ଭ ବ୍ୟାଙ୍କରୁ ଗଭର୍ଣ୍ଣର ଭାବେ ଅବସର ନେଇଥିବା ଶକ୍ତିକାନ୍ତ ଦାସଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ-୨ ପଦବି ମିଳିଛି। କେନ୍ଦ୍ର ନିଯୁକ୍ତି ସମ୍ପର୍କୀୟ କ୍ୟାବିନେଟ କମିଟି ଏହାକୁ ଅନୁମୋଦନ ଦେଇଛି।

ଉଲ୍ଲେଖନୀୟ ଯେ, ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ୧୯୫୭ ଫେବ୍ରୁଆରି ୨୬ ତାରିଖରେ ଓଡ଼ିଶାରେ ଜନ୍ମଗ୍ରହଣ କରିଥିଲେ। ଶକ୍ତିକାନ୍ତ ଭୁବନେଶ୍ୱରସ୍ଥିତ ଡିଏମ ସ୍କୁଲରୁ ନିଜ ସ୍କୁଲରେ ଶିକ୍ଷା ସମାପ୍ତ କରିଥିଲେ। ପରେ ସେ ଉତ୍କଳ ବିଶ୍ବବିଦ୍ୟାଳୟ ଓ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଉଚ୍ଚଶିକ୍ଷା ଲାଭ କରିଥିଲେ।

୧୯୮୦ ମସିହାରେ ଶକ୍ତିକାନ୍ତ ଦାସ ତାମିଲନାଡୁ କ୍ୟାଡ଼ର ଭାବେ ଭାରତୀୟ ପ୍ରଶାସନିକ ସେବାରେ ଯୋଗ ଦେଇଥିଲେ। ତାମିଲନାଡୁ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗରେ ସଚିବ ଭାବରେ କାର୍ଯ୍ୟ କରି ସେ ୨୦୧୭ ମେ ୨୮ତାରିଖରେ ସେବାନିବୃତ ହୋଇଥିଲେ। ଅବସରପରେ, ଭାରତ ସରକାର ତାଙ୍କୁ ପଞ୍ଚଦଶ ଅର୍ଥ ଆୟୋଗର ସଚିବ ଭାବରେ ନିଯୁକ୍ତି ଦେଇଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande