ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବର୍ଷା ସାଙ୍ଗକୁ କୋହଲା ପାଗ ଅନୁଭୂତ ହେବ : କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୩ ଫେବୃଆରୀ (ହି.ସ.)- ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବର୍ଷା ସାଙ୍ଗକୁ କୋହଲା ପାଗ ଅନୁଭୂତ ହେବ । ସେହିପରି କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି
ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବର୍ଷା ସାଙ୍ଗକୁ କୋହଲା ପାଗ ଅନୁଭୂତ ହେବ : କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୩ ଫେବୃଆରୀ (ହି.ସ.)- ଆଗାମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବର୍ଷା ସାଙ୍ଗକୁ କୋହଲା ପାଗ ଅନୁଭୂତ ହେବ । ସେହିପରି କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକ ହେଲା ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, ଢ଼େଙ୍କାନାଳ, କଟକ, ଅନୁଗୁଳ, ଗଞ୍ଜାମ, ଗଜପତି । ଏସବୁ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ । ତେବେ ଫେବୃଆରୀ ୨୫ ତାରିଖ ସକାଳ ଠାରୁ ମାର୍ଚ୍ଚ ୨ ତାରିଖ ସକାଳ ପର୍ଯ୍ୟନ୍ତ ଓଡ଼ିଶାର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande