ଜୟପୁର, ୨୪ ଫେବୃଆରୀ (ହି.ସ.)- ଜୟପୁର ବ୍ଲକ ଅନ୍ତର୍ଗତ ଜାମୁଣ୍ଡା ଠାରେ ପଞ୍ଚାୟତ ସ୍ତରିୟ ଅଭିଯୋଗ ଓ ଜନ ଶୁଣାଣି ଶୁଣାଣି ଶିବିର ଆଜି ଦିନ ୧୧ଟାରେ ଅନୁଷ୍ଠିତ ହୋଇ ଅପରାହ୍ନ ୨ଟାରେ ଶେଷ ହୋଇଥିଲା । ଏହି ଅଭିଯୋଗ ଶୁଣାଣିରେ ବ୍ଲକ ସମାଜିକ ସୁରକ୍ଷା ଅଧିକାରି କେ.ଏସ ନିଶା, ସହକାରି ଯନ୍ତ୍ରୀ ରଞ୍ଜିତା ରାଣି ପଣ୍ଡା, ଏପିଓ ସନ୍ତୋଷି ମହାପାତ୍ର, ଅନ୍ୟ ଲାଇନ ର ବ୍ଲକ ସ୍ତରିୟ ଅଧିକାରି ମାନେ ଉପସ୍ଥିତ ଥିଲେ । ଏଥିରେ ପଞ୍ଚାୟତର ବିଭିନ୍ନ ଗ୍ରାମର ଗ୍ରାମବାସୀ ଉପସ୍ଥିତ ଥିଲେ । ଗ୍ରାମବାସୀ ମାନେ ବିଭାଗର ଅଧିକାରଙ୍କୁ ରାସ୍ତା ନିର୍ମାଣ , ଡ୍ରେନ, ପାନିୟ ଜଳ ଯୋଗାଣ ସମସ୍ୟା ଆଦି ଅଭିଯୋଗ ଜଣାଇଥିଲେ । ରାବଣାଗୁଡା ସ୍ୱାସ୍ଥ୍ୟ କେନ୍ଦ୍ର ତରଫରୁ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଛି। ଏହା ସହ ଉପସ୍ଥିତ ଅଧିକାରି ମାନେ ବିଭିନ୍ନ ସରକାରୀ ଯୋଜନାର ଲାଭ କିପରି ପାଇବେ ସେ ନେଇ ସଚେତନ କରିଥିଲେ।
ହିନ୍ଦୁସ୍ଥାନ ସମାଚାର / ପବନ