ଦେଶି ମଦ ଚାଲାଣ ବେଳେ ଚଢଉ, ଜଣେ ଗିରଫ
ଜୟପୁର, ୨୫ ଫେବୃଆରୀ (ହି.ସ.)- ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ପକ୍ଷରୁ ଚଢଉ କରି ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଜଣକ ହେଲା ଗଡପଦରର ନବିନ ହରିଜନ । ଏକ ବାଇକରେ ଦେଶି ମଦ ଚାଲାଣ ହେଉଥିବା ସୂଚନା ପାଇ ଜୟପୁର ଅବକାରି ଥାନା ପକ୍ଷରୁ ତେଲିଗୁଡା ଠାରେ ଚଢଉ କରାଯାଇଛି।
ଦେଶି ମଦ ଚାଲାଣ ବେଳେ ଚଢାଉ, ଜଣେ ଗିରଫ


ଜୟପୁର, ୨୫ ଫେବୃଆରୀ (ହି.ସ.)- ଦେଶି ମଦ ଚାଲାଣ ବେଳେ ଜୟପୁର ଅବକାରି ଥାନା ପକ୍ଷରୁ ଚଢଉ କରି ଜଣେ ଅଭିଯୁକ୍ତକୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଜଣକ ହେଲା ଗଡପଦରର ନବିନ ହରିଜନ । ଏକ ବାଇକରେ ଦେଶି ମଦ ଚାଲାଣ ହେଉଥିବା ସୂଚନା ପାଇ ଜୟପୁର ଅବକାରି ଥାନା ପକ୍ଷରୁ ତେଲିଗୁଡା ଠାରେ ଚଢଉ କରାଯାଇଛି। ଚଢଉ କରି ଅଭିଯୁକ୍ତ ନବିନ ହରିଜନକୁ ଗିରଫ କରାଯାଇଛି। ଗିରଫ ଅଭିଯୁକ୍ତ ଠାରୁ ୪୦ ଲିଟର ଦେଶି ମଦ ଓ ବାଇକକୁ ଜବତ କରିଛି । ଗିରଫ ଅଭିଯୁକ୍ତକୁ ଆଜି ସଂନ୍ଧ୍ୟା ୫ଟାରେ କୋର୍ଟ ଚାଲାଣ କରାଯାଇଥିବା ବିଷୟ ଅବକାରି ଓଆଇସି ହିରଣ ସୁବ୍ରତ ସୂଚନା ଦେଇଛନ୍ତି ।

ହିନ୍ଦୁସ୍ଥାନ ସମାଚାର / ପବନ


 rajesh pande