ଭୁବନେଶ୍ୱର, ୨୫ ମଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । କୋରାପୁଟ ଜିଲ୍ଲାର ଲମତାପୁଟରେ ସର୍ବାଧିକ ୮୦.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କେନ୍ଦ୍ରାପଡ଼ା ଜିଲ୍ଲାର ମହାକାଳପଡ଼ାରେ ୮୦.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ୬୮.୦ ମି.ମି., ଗଞ୍ଜାମ ଜିଲ୍ଲାର ପାତ୍ରପୁରରେ ୬୩.୦ ମି.ମି., କଟକ ଜିଲ୍ଲାର ନରସିଂହପୁରରେ ୬୦.୦ ମି.ମି., ଜଗତସିଂହପୁର ଜିଲ୍ଲାର ତିର୍ତୋଲରେ ୫୮.୦ ମି.ମି., କଟକ ଜିଲ୍ଲାର ନିଶ୍ଚିନ୍ତକୋଇଲିରେ ୫୭.୦ ମି.ମି., ନବରଙ୍ଗପୁର ଜିଲ୍ଲାର ରାଇଘରରେ ୫୨.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଗୁରୁଣ୍ଡିଆରେ ୫୦.୦ ମି.ମି., ବାଲେଶ୍ୱର ଜିଲ୍ଲାର ବାହାନଗାରେ ୪୭.୦ ମି.ମି. ଏବଂ ଜଗତସିଂହପୁର ଜିଲ୍ଲାର କୁଜଙ୍ଗରେ ୪୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ