ଭୁବନେଶ୍ୱର, ୨୬ ମଇ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୧୧ ଜିଲ୍ଲା ( ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କନ୍ଧମାଳ, କଳାହାଣ୍ଡି, ଗଜପତି, ରାୟଗଡ଼ା, କୋରାପୁଟ ଏବଂ ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ୨୭ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୮ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୯ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି ହୋଇଛି । ପରବର୍ତୀ ୨ ଦିନ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ