ଜୟପୁର, ୨୭ ମଇ (ହି.ସ.)- ଜୟପୁର ବ୍ଲକ ଅନ୍ତର୍ଗତ ବୀରିଣିପୁଟ ଠାରେ ପଞ୍ଚାୟତ ସ୍ତରିୟ ଅଭିଯୋଗ ଓ ଜନ ଶୁଣାଣି ଶୁଣାଣି ଶିବିର ଆଜି ଦିନ ୧୦ଟାରେ ଆରମ୍ଭ ହୋଇ ଅପରାହ୍ନ ୧ଟା ୩୦ ମିନିଟ ସମୟରେ ଶେଷ ହୋଇଥିଲା । ଏହି ଅଭିଯୋଗ ଶୁଣାଣିରେ ବିଡିଓ ଶକ୍ତି ମହାପାତ୍ର , ସହକାରୀ ନିବାହୀ ଯନ୍ତ୍ରୀ ବିଜୟ ନନ୍ଦ, ଏପିଓ ସନ୍ତୋଷି ମହାପାତ୍ର ସରପଞ୍ଚ ପଦ୍ମା ନନ୍ଦିବାଲି ସହ ଅନ୍ୟ ଲାଇନ ର ବ୍ଲକ ସ୍ତରିୟ ଅଧିକାରି ମାନେ ଉପସ୍ଥିତ ଥିଲେ । ଏଥିରେ ପଞ୍ଚାୟତର ବିଭିନ୍ନ ଗ୍ରାମର ଗ୍ରାମବାସୀ ଉପସ୍ଥିତ ରହି ପ୍ରତ୍ୟକ ଦିନ ବାର ବାର ବାର ବିଦ୍ୟୁତ କାଟ ହେଉଥିବା ସହ ନୂତନ ଅଙ୍ଗନବାଡୀ କେନ୍ଦ୍ର ନିର୍ମାଣ, ରାସ୍ତା ନିର୍ମାଣ ଆଦି ଅଭିଯୋଗ ହୋଇଥିଲା । ଏହା ସହ ଉପସ୍ଥିତ ଅଧିକାରି ମାନେ ବିଭିନ୍ନ ସରକାରୀ ଯୋଜନାର ଲାଭ କିପରି ପାଇବେ ସେ ନେଇ ସଚେତନ କରିଥିଲେ ।
ହିନ୍ଦୁସ୍ଥାନ ସମାଚାର / ପିକେପି