ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଅତି ଭୀଷଣ ବର୍ଷା ନେଇ ୪ ଜିଲ୍ଲା ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁରକୁ ଅରେଞ୍ଜ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୭ ମଇ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଅତି ଭୀଷଣ ବର୍ଷା ନେଇ ୪ ଜିଲ୍ଲା ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପ
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଅତି ଭୀଷଣ ବର୍ଷା ନେଇ ୪ ଜିଲ୍ଲା ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁରକୁ ଅରେଞ୍ଜ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୭ ମଇ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଅତି ଭୀଷଣ ବର୍ଷା ନେଇ ୪ ଜିଲ୍ଲା ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ ।

ସେହିପରି ୨୮ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୨୫ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି ହୋଇଛି । ୨୯ ତାରିଖରେ ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଅନ୍ୟ ୨୬ ଜିଲ୍ଲାକୁ ୟେଲୋୱାର୍ଣ୍ଣିଂ ଜାରି ହୋଇଛି । ୩୦ ତାରିଖରେ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ୩୧ ତାରିଖରେ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande