ଭୁବନେଶ୍ୱର,୨୭ ମଇ (ହି.ସ.) - ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ସ୍ୱାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଶ୍ରାଦ୍ଧବାର୍ଷିକୀ କଂଗ୍ରେସ ଭବନ, ଭୁବନେଶ୍ୱର ଠାରେ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ ସକାଳେ କଂଗ୍ରେସ ନେତୃବୃନ୍ଦ ମାଷ୍ଟରକ୍ୟାଟିନ ଛକସ୍ଥିତ ନେହେରୁ ପାର୍କରେ ଥିବା ପଣ୍ଡିତ ଜବାହରଲାଲ ନେହେରୁଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ କଂଗ୍ରେସ ଭବନ ପରିସରରେ ଥିବା ପଣ୍ଡିତ ନେହେରୁଙ୍କ ପ୍ରତମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା।
ଏହି ସମସ୍ତ କାର୍ଯ୍ୟକ୍ରମରେ କଂଗ୍ରେସ ପ୍ରଭାରୀ ଅଜୟ କୁମାର ଲଢ଼ୁ, ପିସିସି ସଭାପତି ଭକ୍ତ ଚରଣ ଦାସ, ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ, ଜୟଦେବ ଜେନା, ନଗେନ୍ଦ୍ର ପ୍ରଧାନ, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ସମୀର କୁମାର ରାଉତରାୟ, ଅଶୋକ ଦାସ, ମଙ୍ଗୁ ଖୁଲ, ନିଳମାଧବ ହିକକା, ଦେବାଶିଷ ପଟ୍ଟନାୟକ, ଶୁଭେନ୍ଦୁ ମହାନ୍ତି ପ୍ରମୁଖ ଅଂଶଗ୍ରହଣ କରିଥିଲେ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା