ଭୁବନେଶ୍ୱର,୨୭ ମଇ (ହି.ସ.) - ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପରବର୍ତୀ ୪୮ ଘଂଟାରେ ଏହା ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ଜୁନ୍ ୧ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ଅନ୍ୟପକ୍ଷରେ ଲଘୁଚାପ ଯୋଗୁଁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହେବା ନେଇ ପାଗ ଅନୁକୂଳ ରହିଛି।
ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଆଗାମୀ ୫ ଦିନ ଯାଏଁ ଓଡ଼ିଶାର ଅନେକ ଜାଗାରେ ବର୍ଷା ଲାଗି ରହିବ। ତେଣୁ ଆଗାମୀ ତିନି ଦିନ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନେ ଗଭୀର ସମୁଦ୍ର ଭିତରକୁ ନଯିବା ପାଇଁ ବାରଣ କରାଯାଇଛି। ଏଥି ସହିତ ଆଗାମୀ ତିନିଦିନ ପାଇଁ ରାଜ୍ୟରେ ଅନେକ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଙ୍ଗ୍ ଜାରି କରାଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା