ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ
ଭୁବନେଶ୍ୱର, ୨୮ ମଇ (ହି.ସ.)- ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ବୁଧବାର ଦକ୍ଷିଣ ଓଡ଼ିଶାର କିଛି ଅଂଚଳକୁ ମୌସୁମୀ ବାୟୁ ସ୍ପର୍ଶ କରିଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ଏଥର ଓଡ଼ିଶା ଛୁଇଁଛି ମୌସୁମୀ ବାୟୁ। ପାଗ ଅନୁକୂଳ ଥିବାରୁ ଆଜି ଓଡ଼ିଶା ଛୁଇଁଛି ମୌସୁମୀ। ଗତ ୨୪ ତାରିଖରେ କେରଳ ଛୁଇଁଥିଲା
ଓଡ଼ିଶା ଛୁଇଁଲା ମୌସୁମୀ ବାୟୁ


ଭୁବନେଶ୍ୱର, ୨୮ ମଇ (ହି.ସ.)- ଓଡ଼ିଶା ଛୁଇଁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ବୁଧବାର ଦକ୍ଷିଣ ଓଡ଼ିଶାର କିଛି ଅଂଚଳକୁ ମୌସୁମୀ ବାୟୁ ସ୍ପର୍ଶ କରିଛି। ନିର୍ଦ୍ଧାରିତ ସମୟ ପୂର୍ବରୁ ଏଥର ଓଡ଼ିଶା ଛୁଇଁଛି ମୌସୁମୀ ବାୟୁ। ପାଗ ଅନୁକୂଳ ଥିବାରୁ ଆଜି ଓଡ଼ିଶା ଛୁଇଁଛି ମୌସୁମୀ। ଗତ ୨୪ ତାରିଖରେ କେରଳ ଛୁଇଁଥିଲା ମୌସୁମୀ ବାୟୁ। ଗୁରୁବାର ସୁଦ୍ଧା ରାଜ୍ୟକୁ ଦକ୍ଷିଣ-ପଶ୍ଚିମ ମୌସୁମୀର ଆଗମନ ହେବ ବୋଲି ପାଣିପାଗ ବିଜ୍ଞାନୀମାନେ କହିଥିଲେ। ଉତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶା ଉପକୂଳସ୍ଥ ଉତରପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା। ଏହାର ପ୍ରଭାବରେ ଓଡ଼ିଶାରେ ମୌସୁମୀ ସକ୍ରିୟ ହେବାକୁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଥିଲା।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande