ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କେନ୍ଦ୍ରାପଡା ଗସ୍ତକୁ ନେଇ ପ୍ରଶାସନ ର ପ୍ରସ୍ତୁତି ବୈଠକ
କେନ୍ଦ୍ରାପଡା-୨୯ ମଇ (ହିସ) : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଆସନ୍ତା ଜୁନ ୨ ତାରିଖରେ କେନ୍ଦ୍ରାପଡ଼ା ଗସ୍ତକୁ ନେଇ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପ୍ରାକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକେ
ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କେନ୍ଦ୍ରାପଡା ଗସ୍ତକୁ ନେଇ ପ୍ରଶାସନ ର ପ୍ରସ୍ତୁତି ବୈଠକ


କେନ୍ଦ୍ରାପଡା-୨୯ ମଇ (ହିସ) : ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଆସନ୍ତା ଜୁନ ୨ ତାରିଖରେ କେନ୍ଦ୍ରାପଡ଼ା ଗସ୍ତକୁ ନେଇ ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ପ୍ରାକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକେର ମହାକାଳପଡ଼ା ବିଧାୟକ ଡ. ଦୁର୍ଗା ପ୍ରସନ୍ନ ନାୟକ, ବିଜେପି ଜିଲ୍ଲାସଭାପତି ଶଶାଙ୍କ ଶେଖର ସେଠୀ, ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ର କୁମାର ମଲ୍ଲିକ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଦେବାଶିଷ ଧଳ, ଉପଜିଲ୍ଲାପାଳ ଅରୁଣ କୁମାର ନାୟକଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଡ଼ିଓ, ତହସିଲଦାର ଉପସ୍ଥିତ ଥିଲେ । ପ୍ରସ୍ତାବିତ କାର୍ଯ୍ୟକ୍ରମ ଅନୁସାରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରାପଡ଼ାରେ ଭବ୍ୟ ସ୍ୱାଗତ ସହ ତ୍ରିରଙ୍ଗା ରାଲି ରେ ସ୍ୱାଗତ କରାଯିବା ପେର ବଳଦେବଜିଉଁ ଙ୍କୁ ଦର୍ଶନ ଏବଂ ସମୀକ୍ଷା ବୈଠକ କାର୍ଯ୍ୟକ୍ରମ ରହିଛି । ଜିଲ୍ଲାପାଳ ସମସ୍ତ ଅଧିକାରୀ ମାନଙ୍କୁ ବିଭିନ୍ନ ଦାୟିତ୍ୱ ପ୍ରଦାନ କରିବା ସହିତ କିପରି ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମକୁ ସଫଳ କରାଯିବ ସେଥିପ୍ରତି ପ୍ରସ୍ତୁତିକୁ ଜୋରଦାର କରିବାକୁ ଜିଲ୍ଲାପାଳ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

----------------

---------------

ହିନ୍ଦୁସ୍ଥାନ ସମାଚାର / ଗଗନ


 rajesh pande