ଭୁବନେଶ୍ୱର, ୨୯ ମଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼ରେ ସର୍ବାଧିକ ୯୬.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ଖୋର୍ଦ୍ଧା ଜିଲ୍ଲାର ଚିଲିକାରେ ୮୫.୦ ମି.ମି., ଅନୁଗୁଳ ଜିଲ୍ଲାର ଅନୁଗୁଳରେ ୭୪.୦ ମି.ମି., ଖୋର୍ଦ୍ଧା ଜିଲ୍ଲାର ବେଗୁନିଆରେ ୭୩.୦ ମି.ମି., ପୁରୀ ଜିଲ୍ଲାର କୃଷ୍ଣପ୍ରସାଦରେ ୭୨.୦ ମି.ମି., ଗଞ୍ଜାମ ଜିଲ୍ଲାର ଗଞ୍ଜାମରେ ୬୭.୦ ମି.ମି., ନୟାଗଡ଼ ଜିଲ୍ଲାର ଭାପୁରରେ ୬୨.୩ ମି.ମି., ସୋନପୁର ଜିଲ୍ଲାର ଉଲୁଣ୍ଡାରେ ୬୧.୦ ମି.ମି., ସୋନପୁରରେ ୫୫.୮ ମି.ମି., ଖୋର୍ଦ୍ଧା ଜିଲ୍ଲାର ବୋଲଗଡ଼ରେ ୫୩.୦ ମି.ମି., କଳାହାଣ୍ଡି ଜିଲ୍ଲାର ମଦନପୁର- ରାମପୁରରେ ୫୩.୦ ମି.ମି., କର୍ଲାମୁଣ୍ଡାରେ ୫୨.୦ ମି.ମି. ଏବଂ କନ୍ଧମାଳ ଜିଲ୍ଲାର ବାଲିଗୁଡ଼ାରେ ୫୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ