ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୨୯ ମଇ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋ
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୨୯ ମଇ (ହି.ସ.)- ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ । ଏହା ବ୍ୟତୀତ ଅନ୍ୟ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୫୦ରୁ ୬୦ କି.ମି. ରହିପାରେ ।

ସେହିପରି ୩୦ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ଅନ୍ୟ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩୧ ତାରିଖରେ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande