ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୩୦ ମଇ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁ
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୩୦ ମଇ (ହି.ସ.)- ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଏହାପରେ ୩୧ ତାରିଖ ସକାଳ ଠାରୁ ଆସନ୍ତା ଜୁନ୍ ୬ ତାରିଖ ସକାଳ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande