ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ
ଭୁବନେଶ୍ୱର, 30 ମେ (ହି.ସ) ବିଜେପିର ପ୍ରଥମ ବିଧାୟକ ତଥା ପାର୍ଟିର ବରିଷ୍ଠ ନେତା ପ୍ରସନ୍ନ ପଟ୍ଟନାୟକଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ପ୍ରଧାନ ସୋସିଆଲ ମିଡିଆରେ ଲେଖିଛନ୍ତି,ଆମ ଦଳର କାମାକ୍ଷାନ
ପୂର୍ବତନ     ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ


ଭୁବନେଶ୍ୱର,

30 ମେ (ହି.ସ) ବିଜେପିର ପ୍ରଥମ ବିଧାୟକ ତଥା

ପାର୍ଟିର ବରିଷ୍ଠ ନେତା ପ୍ରସନ୍ନ ପଟ୍ଟନାୟକଙ୍କ ବିୟୋଗରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର

ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଶ୍ରୀ

ପ୍ରଧାନ ସୋସିଆଲ ମିଡିଆରେ ଲେଖିଛନ୍ତି,ଆମ ଦଳର କାମାକ୍ଷାନଗରର ପୂର୍ବତନ ବିଧାୟକ ତଥା ଓଡ଼ିଶା

ବିଜେପିର ପ୍ରଥମ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ

ମର୍ମାହତ ।ସେ ଜଣେ ସରଳ, କର୍ମନିଷ୍ଠ ସ୍ୱଭାବର ବ୍ୟକ୍ତି ଥିଲେ ।ଶିକ୍ଷା

ସହ କାମାକ୍ଷାନଗରର ବିକାଶ, ଆମ ଦଳର ସଂଗଠନ ଓ ଗାରିମାକୁ ବୃଦ୍ଧି କରିବାରେ

ତାଙ୍କର ଯୋଗଦାନ ସ୍ମରଣୀୟ ହୋଇରହିବ । ତାଙ୍କ ବିୟୋଗରେ ଆମ ଦଳ ଜଣେ ଦକ୍ଷ ନେତାଙ୍କୁ ହରାଇଲା ।

ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande