ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା : ବରଗଡ଼ ଜିଲ୍ଲାର ବରପାଲିରେ ସର୍ବାଧିକ ୫୭.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୩୦ ମଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ବରଗଡ଼ ଜିଲ୍ଲାର ବରପାଲିରେ ସର୍ବାଧିକ ୫୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ବଲାଙ୍ଗିର ଜିଲ୍ଲାର ବେଲପଡ଼ାରେ ୪୮.୦ ମି.ମି., ସଇଁତଳାରେ ୪୫.୦ ମି.ମି., ସାଲେଭଟାରେ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା : ବରଗଡ଼ ଜିଲ୍ଲାର ବରପାଲିରେ ସର୍ବାଧିକ ୫୭.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୩୦ ମଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ବରଗଡ଼ ଜିଲ୍ଲାର ବରପାଲିରେ ସର୍ବାଧିକ ୫୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ବଲାଙ୍ଗିର ଜିଲ୍ଲାର ବେଲପଡ଼ାରେ ୪୮.୦ ମି.ମି., ସଇଁତଳାରେ ୪୫.୦ ମି.ମି., ସାଲେଭଟାରେ ୪୨.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ମାର୍ଶାଘାଇରେ ୩୯.୦ ମି.ମି., ଝାରସୁଗୁଡ଼ା ଜିଲ୍ଲାର ଦେଓଗାଁରେ ୩୩.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ତିରିଂରେ ୩୩.୦ ମି.ମି., ଜଗତସିଂହପୁର ଜିଲ୍ଲାର ପାରାଦୀପରେ ୩୨.୭ ମି.ମି., ମାଲକାନଗିରି ଜିଲ୍ଲାର ପଡ଼ିଆରେ ୨୯.୨ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର କେନ୍ଦ୍ରାପଡ଼ାରେ ୨୯.୦ ମି.ମି., ବଲାଙ୍ଗିର ଜିଲ୍ଲାର ବଲାଙ୍ଗିରରେ ୨୯.୦ ମି.ମି., ଦେବଗଡ଼ ଜିଲ୍ଲାର ଦେବଗଡ଼ରେ ୨୮.୪ ମି.ମି. ଏବଂ କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡାରେ ୨୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande