ସିକ୍କିମ ଦୁର୍ଘଟଣାକୁ ନେଇ ସିକ୍କିମ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 30 ମେ (ହି.ସ.) - ସିକ୍କିମ ଦୁର୍ଘଟଣାକୁ ନେଇ ସିକ୍କିମ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ସିକିମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଖବର ପାଇବା ପରେ
ସିକ୍କିମ ଦୁର୍ଘଟଣାକୁ ନେଇ ସିକ୍କିମ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ଧର୍ମେନ୍ଦ୍ର     ପ୍ରଧାନ


ଭୁବନେଶ୍ୱର, 30 ମେ (ହି.ସ.)

- ସିକ୍କିମ ଦୁର୍ଘଟଣାକୁ ନେଇ ସିକ୍କିମ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ

ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର

ପ୍ରଧାନ କହିଛନ୍ତି ଯେ, ସିକିମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଖବର ପାଇବା ପରେ ସିକିମ

ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲି । ଦୁର୍ଘଟଣାଗସ୍ତ ଓଡ଼ିଆ ଯାତ୍ରୀ ମାନଙ୍କର ଉଦ୍ଧାର ଓ

ଚିକିତ୍ସା ନେଇ ଆଲୋଚନା କଲି ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରୁ ସମସ୍ତ ଯାତ୍ରୀ ସୁରକ୍ଷିତ ଥାଆନ୍ତୁ, ଏହା କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଏହି ଘଟଣାରେ ସିକିମ

ସରକାରଙ୍କ ମୁଖ୍ୟ ଶାସନ ସଚିବଙ୍କ ସହ ମଧ୍ୟ କଥା ହୋଇଛି ।

ସମସ୍ତ ପ୍ରକାର ସାହାଯ୍ୟ ଓ ସହଯୋଗ ପାଇଁ ସେ ପ୍ରତିଶ୍ରୁତି ଦେଇଛନ୍ତି । ଏହି ଘଟଣାରେ ତତ୍ପରତା ପ୍ରକାଶ କରିଥିବାରୁ ସିକିମ

ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande