ଭୁବନେଶ୍ୱର, 30 ମେ (ହି.ସ.)- ସିକ୍କିମର ତିସ୍ତା ନଦୀରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ
ଦୁଃଖ ପ୍ରକାଶ କରିଛନ୍ତି ।
ସୋସିଆଲ ମିଡିଆ ଏକ୍ସରେ କେଭି ସିଂହଦେଓ କହିଛନ୍ତି ଯେ, ସିକ୍କିମର ତିସ୍ତା ନଦୀରେ ଏକ
ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା
ଖବର ବିଷୟରେ ଜାଣି ମୁଁ ଅତ୍ୟନ୍ତ ଦୁଃଖିତ ଏବଂ
ମର୍ମାହତ।
ଏହି ବସ୍ ରେ ଓଡ଼ିଶାର ଅନେକ ଯାତ୍ରୀ ଥିବାର ସୂଚନା ମିଳିବା ପରେ ଓଡ଼ିଶାର
ଦୁର୍ଘଟଣାଗ୍ରସ୍ତ ଯାତ୍ରୀମାନଙ୍କର ଉଦ୍ଧାର, ଚିକିତ୍ସା ଓ ଓଡ଼ିଶା ପ୍ରତ୍ୟାବର୍ତ୍ତନ ସମ୍ପର୍କରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ
ମୋହନ ଚରଣ ମାଝୀ ସିକ୍କିମ ସରକାରଙ୍କ ସହ ଆଲୋଚନା
କରିଛନ୍ତି ଓ ଏହାର ସୁପରିଚାଳନା ପାଇଁ ଓଡ଼ିଶାରୁ ଅଧିକାରୀମାନଙ୍କର ଏକ ସ୍ବତନ୍ତ୍ର ଟିମ୍ ସିକ୍କିମ ଯିବାକୁ ନିର୍ଦ୍ଦେଶ ଦେଇଥିବାରୁ ତାଙ୍କୁ
ଆନ୍ତରିକ ଧନ୍ୟବାଦ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା