ବିଜେପିର ପ୍ରଥମ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ବିୟୋଗରେ ପ୍ରଭାତି ପରିଡାଙ୍କ ଶୋକ
ଭୁବନେଶ୍ୱର, 30 ମେ (ହି.ସ.) - ବିଜେପିର ପ୍ରଥମ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ବିୟୋଗରେ ପ୍ରଭାତି ପରିଡା ଶୋକପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କାମାକ୍ଷାନଗରର ପୂର୍ବତନ ବିଧାୟକ ତଥା ଓଡ଼ିଶା ବିଜେପିର ପ୍ରଥମ ବିଧାୟକ ପ୍ରସ
ବିଜେପିର ପ୍ରଥମ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ବିୟୋଗରେ ପ୍ରଭାତି ପରିଡାଙ୍କ ଶୋକ


ଭୁବନେଶ୍ୱର, 30 ମେ (ହି.ସ.)

- ବିଜେପିର ପ୍ରଥମ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ବିୟୋଗରେ ପ୍ରଭାତି ପରିଡା

ଶୋକପ୍ରକାଶ କରିଛନ୍ତି । ଏନେଇ ସୋସିଆଲ ମିଡିଆ ଏକ୍ସରେ ଉପମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କାମାକ୍ଷାନଗରର

ପୂର୍ବତନ ବିଧାୟକ ତଥା ଓଡ଼ିଶା ବିଜେପିର ପ୍ରଥମ ବିଧାୟକ ପ୍ରସନ୍ନ କୁମାର ପଟ୍ଟନାୟକଙ୍କ

ଦେହାନ୍ତ ଖବର ଶୁଣି ମୁଁ ଅତ୍ୟନ୍ତ ଦୁଃଖିତ। ଜନସେବା କ୍ଷେତ୍ରରେ ତାଙ୍କର ଅବଦାନ ସ୍ମରଣୀୟ ହୋଇ

ରହିବ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଉଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande