ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା : ନବରଙ୍ଗପୁର ଜିଲ୍ଲାର ନନ୍ଦାହାଣ୍ଡିରେ ସର୍ବାଧିକ ୧୪୯.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୩୧ ମଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ନବରଙ୍ଗପୁର ଜିଲ୍ଲାର ନନ୍ଦାହାଣ୍ଡିରେ ସର୍ବାଧିକ ୧୪୯.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ମୟୂରଭଞ୍ଜ ଜିଲ୍ଲାର ଜାମଦାରେ ୧୨୫.୦ ମି.ମି., ଗଞ୍ଜାମ ଜିଲ୍ଲାର ଭଞ୍ଜନ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା : ନବରଙ୍ଗପୁର ଜିଲ୍ଲାର ନନ୍ଦାହାଣ୍ଡିରେ ସର୍ବାଧିକ ୧୪୯.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୩୧ ମଇ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ନବରଙ୍ଗପୁର ଜିଲ୍ଲାର ନନ୍ଦାହାଣ୍ଡିରେ ସର୍ବାଧିକ ୧୪୯.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ମୟୂରଭଞ୍ଜ ଜିଲ୍ଲାର ଜାମଦାରେ ୧୨୫.୦ ମି.ମି., ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରେ ୧୧୩.୦ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଟେନସାରେ ୯୯.୨ ମି.ମି., ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁର (ପିଟିଓ)ରେ ୯୩.୪ ମି.ମି., ବରଗଡ଼ ଜିଲ୍ଲାର ବରଗଡ଼ରେ ୯୨.୬ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ଲହୁଣିପଡ଼ାରେ ୮୬.୪ ମି.ମି., ଟାଙ୍ଗରପାଲିରେ ୮୬.୪ ମି.ମି., ନୟାଗଡ଼ ଜିଲ୍ଲାର ଓଡ଼ଗାଁରେ ୮୫.୩ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ହେମଗିରିରେ ୮୪.୦ ମି.ମି., ନବରଙ୍ଗପୁର ଜିଲ୍ଲାର ନବରଙ୍ଗପୁରରେ ୭୫.୦ ମି.ମି., ବରଗଡ଼ ଜିଲ୍ଲାର ଭଟଲିରେ ୭୪.୦ ମି.ମି., ନୂଆପଡ଼ା ଜିଲ୍ଲାର କୋମନାରେ ୭୦.୦ ମି.ମି., ବରଗଡ଼ ଜିଲ୍ଲାର ଅତାବିରାରେ ୬୯.୦ ମି.ମି., ଦେବଗଡ଼ ଜିଲ୍ଲାର ରିଆମାଳରେ ୬୭.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande