ଭୁବନେଶ୍ୱର, ୩୧ ମଇ (ହି.ସ.) - ଭୁବନେଶ୍ୱରର ଏକ ପ୍ରମୁଖ ଛକ ମାଷ୍ଟର କ୍ୟାଂଟିନର ନାଁ ବଦଳିବ । ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଓଡ଼ିଶାରେ ଓଡ଼ିଆ ଅସ୍ମିତାକୁ ଗୁରୁତ୍ୱ ଦିଆଯିବ। ଇଂରେଜ ଅମଳରୁ ଥିବା କିଛି ପ୍ରମୁଖ ସ୍ଥାନର ନାଁ ପରିବର୍ତନ ହେବ। ଏନେଇ ବିଚାର ବିମର୍ଶ ଚାଲିଥିବା କହିଛନ୍ତି ମନ୍ତ୍ରୀ ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା