ଭୁବନେଶ୍ୱର, ୦୧ ଜୁନ (ହି.ସ.) - ଓଡ଼ିଶାରେ ଆଜି ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଫଳରେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ରେ ପହଂଚିଛି। ଅନ୍ୟପକ୍ଷରେ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ନେଇ ସ୍ୱାସ୍ଥ୍ୟ ବିଭାଗ ପାଖରେ ଖବର ଅଛି ଓ ଏନେଇ ଯାଂଚ କରାଯାଉଛି। ଏନେଇ ରାଜ୍ୟ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା