ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୦ ଜୁନ୍ (ହି.ସ.)- ଆଗାମୀ ୪ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୩ ଦିନ କେତେକ ଜିଲ୍ଲାରେ ଭୀଷଣ ବର୍ଷା ନେଇ ଚେତାବନୀ ଜାରି ହୋଇଛି । ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୦ ଜୁନ୍ (ହି.ସ.)- ଆଗାମୀ ୪ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୩ ଦିନ କେତେକ ଜିଲ୍ଲାରେ ଭୀଷଣ ବର୍ଷା ନେଇ ଚେତାବନୀ ଜାରି ହୋଇଛି ।

ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୭ ଜିଲ୍ଲା (କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା, ନବରଙ୍ଗପୁର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ଏବଂ ଅନ୍ୟ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତ ୪୦ରୁ ୫୦ କି.ମି. ପର୍ଯ୍ୟନ୍ତ ପହଂଚିପାରେ ।

ସେହିପରି ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୧ ତାରିଖରେ ୨୨ ଜିଲ୍ଲା, ୧୨ ତାରିଖରେ ୧୭ ଜିଲ୍ଲା, ୧୩ ତାରିଖରେ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

୧୪ ତାରିଖରେ ଭୀଷଣ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ୧୫ ତାରିଖରେ ଭୀଷଣ ବର୍ଷା ନେଇ ନୂଆପଡ଼ା ଓ ନବରଙ୍ଗପୁର ଜିଲ୍ଲାକୁ ଏବଂ ୧୬ ତାରିଖରେ ଭୀଷଣ ବର୍ଷା ନେଇ ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande