ରଥଯାତ୍ରା ଓ ବାହୁଡାଯାତ୍ରା ପାଳନ ସମ୍ପର୍କିତ ପ୍ରସ୍ତୁତି ବୈଠକ
ବଲାଙ୍ଗିର, ୧୦ ଜୁନ୍ (ହି.ସ.)- ଆଜି ପୂର୍ବାହ୍ନ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଚଳିତ ବର୍ଷ ବଲାଙ୍ଗିରରେ ରଥଯାତ୍ରା ଓ ବାହୁଡାଯାତ୍ରା ପାଳନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଡଃ. ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ବଲାଙ୍ଗିର ପୌରପାଳିକାର
ବଲାଙ୍ଗିର ଠାରେ ରଥଯାତ୍ରା ଓ ବାହୁଡାଯାତ୍ରା ପାଳନ ସମ୍ପର୍କିତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ


ବଲାଙ୍ଗିର ଠାରେ ରଥଯାତ୍ରା ଓ ବାହୁଡାଯାତ୍ରା ପାଳନ ସମ୍ପର୍କିତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ


ବଲାଙ୍ଗିର ଠାରେ ରଥଯାତ୍ରା ଓ ବାହୁଡାଯାତ୍ରା ପାଳନ ସମ୍ପର୍କିତ ପ୍ରସ୍ତୁତି ବୈଠକ ଅନୁଷ୍ଠିତ


ବଲାଙ୍ଗିର, ୧୦ ଜୁନ୍ (ହି.ସ.)- ଆଜି ପୂର୍ବାହ୍ନ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଚଳିତ ବର୍ଷ ବଲାଙ୍ଗିରରେ ରଥଯାତ୍ରା ଓ ବାହୁଡାଯାତ୍ରା ପାଳନ ସମ୍ପର୍କିତ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଡଃ. ବିଜୟାନନ୍ଦ ସେଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି । ଏହି ବୈଠକରେ ବଲାଙ୍ଗିର ପୌରପାଳିକାର ଅଧ୍ୟକ୍ଷା ଲିକା ସାହୁ, ବଲାଙ୍ଗିର ଉପ ଜିଲ୍ଲାପାଳ ତଥା ଦେବୋତ୍ତର କାର୍ଯ୍ୟନିର୍ବାହୀ ଅଧିକାରୀ ଆଲୋକ କୁମାର ପଟେଲ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ହିମାଂଶୁ ଭୂଷଣ ବେହେରାଙ୍କ ସମେତ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ । ବିଭିନ୍ନ ମନ୍ଦିର କମିଟିର ସଦସ୍ୟ ମାନଙ୍କ ସମେତ ଜଙ୍ଗଲ, ପୂର୍ତ୍ତ, ଜନସ୍ୱାସ୍ଥ୍ୟ, ପୌର ନିର୍ବାହୀ ଅଧିକାରୀ, ସ୍ୱାସ୍ଥ୍ୟ, ସୂଚନା ଓ ଲୋକ ସମ୍ପର୍କ, ସଂସ୍କୃତି ଆଦି ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

ବୈଠକ ପ୍ରାରମ୍ଭରେ ଉପଜିଲ୍ଲାପାଳ ଶ୍ରୀ ପଟେଲ ସମସ୍ତଙ୍କୁ ସ୍ଵାଗତ କରିବା ସହ ଚଳିତ ବର୍ଷର ରଥଯାତ୍ରା ଓ ବାହୁଡା ଯାତ୍ରା ଯେପରି ଶାନ୍ତି ଶୃଙ୍ଖଳା ଓ ସୁଚାରୁରୂପେ ସମାପନ ହେବ ସେଥିନିମନ୍ତେ ମନ୍ଦିର କମିଟି ତଥା ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କ ସହଯୋଗ କାମନା କରିଥିଲେ । ସେ ବୈଠକର ଆଲୋଚ୍ୟ ବିଷୟ ଉପସ୍ଥାପନ କରିବା ସହ ରଥଯାତ୍ରା ଠାରୁ ବାହୁଡାଯାତ୍ରା ପର୍ଯ୍ୟନ୍ତ ବଲାଙ୍ଗିର ଠାରେ ସମସ୍ତ ରୀତିନୀତି ଓ କାର୍ଯ୍ୟକ୍ରମ ଗୁଡିକ ଶାନ୍ତି ଶୃଙ୍ଖଳା ଓ ସୁଚାରୁରୂପେ ପାଳନ କରିବାକୁ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ରଥଯାତ୍ରା ନିମନ୍ତେ ମହାପ୍ରଭୁଙ୍କ ପହଣ୍ଡି ନିମନ୍ତେ ସମୟ ନିର୍ଘଣ୍ଟ ସହ ରଥ ଯାଉଥିବା ରାସ୍ତା ସମ୍ପର୍କରେ ସବିଶେଷ ଆଲୋଚନା କରାଯାଇଥିଲା । ରଥଯାତ୍ରା ଓ ବାହୁଡା ଯାତ୍ରା ଦିନ ରଥ ଯାଉଥିବା ରାସ୍ତା ମାନଙ୍କରେ ବିଜୁଳି ତାର, ଟେଲିଫୋନ ତାର ଓ କେବୁଲ ଯେପରି ବାଧା ନହେବ ସେଥିପ୍ରତି ଯତ୍ନବାନ ହେବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ସହରର ସମସ୍ତ ରାସ୍ତାଘାଟକୁ ପରିଷ୍କାର ରଖିବା ସହ ରଥ ଯାଉଥିବା ରାସ୍ତା ମାନଙ୍କରେ ଖାଲ ଢିପ ଗୁଡିକୁ ଯଥାଶୀଘ୍ର ମରାମତି କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ସହରର ମୁଖ୍ୟ ରାସ୍ତା ମାନଙ୍କରେ ଥିବା ଅଚଳ ମରକ୍ୟୁରୀ ଲାଇଟ ର ମରାମତି କରି ସଚଳ କରିବା ଏବଂ ସମସ୍ତ ମନ୍ଦିରର ପରିସରକୁ ସଫା ସୁତୁରା, ବ୍ଲିଚିଂ ପାଉଡର ଏବଂ ଫିନାଇଲ ସିଂଚନର ବ୍ୟବସ୍ଥା କରିବାକୁ ବଲାଙ୍ଗିର ପୌର ପରିଷଦର ନିର୍ବାହୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଏତଦ ବ୍ୟତୀତ ଯାତ୍ରା ସମୟରେ ମନ୍ଦିର ଗୁଡିକରେ ପାନୀୟ ଜଳ ଯୋଗାଣ, ଶାନ୍ତି ଶୃଙ୍ଖଳା ଓ ଟ୍ରାଫିକ ବ୍ୟବସ୍ଥା, ରଥ ଯାତ୍ରା ଓ ବାହୁଡା ଯାତ୍ରାର ଧାରା ବିବରଣୀ, ଭଜନ ସନ୍ଧ୍ୟା ଆୟୋଜନ, ଅଗ୍ନିଶମ ସେବା, ଆଶୁ ଚିକିତ୍ସା ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରାଯାଇଥିଲା । ରଥଯାତ୍ରା ଓ ବାହୁଡାଯାତ୍ରା ଦିନ ରଥ ପରିଚାଳନା ନିମନ୍ତେ ମନ୍ଦିର କମିଟି ଓ ବିଭିନ୍ନ ସରକାରୀ ଅଧିକାରୀ ମାନଙ୍କୁ ଦାୟିତ୍ଵ ପ୍ରଦାନ କରାଯାଇଥିଲା । ବୈଠକ ଶେଷରେ ବଲାଙ୍ଗିର ଉପ ଜିଲ୍ଲାପାଳ ତଥା ଦେବୋତ୍ତର କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ପଟେଲ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।

ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ


 rajesh pande