ଭୁବନେଶ୍ୱର, ୧୦ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ଗଞ୍ଜାମ ଜିଲ୍ଲାର ଚିକିଟିରେ ସର୍ବାଧିକ ୯୩.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ଭଦ୍ରକ ଜିଲ୍ଲାର ଆଖୁଆପଦାରେ ୭୭.୪ ମି.ମି., କନ୍ଧମାଳ ଜିଲ୍ଲାର ଫିରିଙ୍ଗିଆରେ ୭୭.୨ ମି.ମି., ଟିକାବାଲିରେ ୭୬.୯ ମି.ମି., ଗଞ୍ଜାମ ଜିଲ୍ଲାର ଭଞ୍ଜନଗରରେ ୭୪.୦ ମି.ମି., କଳାହାଣ୍ଡି ଜିଲ୍ଲାର ମଦନପୁର-ରାମପୁରରେ ୬୮.୦ ମି.ମି., ସମ୍ବଲପୁର ଜିଲ୍ଲାର ରେଢ଼ାଖୋଲରେ ୬୨.୦ ମି.ମି., ଗଞ୍ଜାମ ଜିଲ୍ଲାର ଧରାକୋଟରେ ୬୨.୦ ମି.ମି., ଯାଜପୁର ଜିଲ୍ଲାର ବିଞ୍ଝାରପୁରରେ ୬୦.୦ ମି.ମି., ଭଦ୍ରକ ଜିଲ୍ଲାର ଭଣ୍ଡାରିପୋଖରୀରେ ୫୮.୦ ମି.ମି., କଟକ ଜିଲ୍ଲାର ନିଶ୍ଚିନ୍ତକୋଇଲିରେ ୫୭.୦ ମି.ମି. ଏବଂ ଗଜପତି ଜିଲ୍ଲାର ପାରଳାଖେମୁଣ୍ଡିରେ ୫୫.୬ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ