ଭୁବନେଶ୍ୱର, 10 ଜୁନ (ହି.ସ.) ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା ରେ ଉତ୍ତୀର୍ଣ୍ଣ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆରେ ଲେଖିଛନ୍ତି, ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ରେ ଉତ୍ତୀର୍ଣ୍ଣ ହୋଇଥିବା ସମସ୍ତ ଓ ଅଭିନନ୍ଦନ ଜଣାଉଛି। ଏହି ଫଳାଫଳ ଆପଣମାନଙ୍କ କଠିନ ପରିଶ୍ରମ ଓ ନିଷ୍ଠାର ପ୍ରତିଫଳନ। ପରୀକ୍ଷା ଫଳ ନିର୍ବିଶେଷରେ ସମସ୍ତେ ଆତ୍ମବିଶ୍ୱାସ ଏବଂ ଦୃଢ଼ ମନୋବଳ ସହ ଆଗକୁ ବଢ଼ନ୍ତୁ । ଆଗାମୀ ଦିନରେ ପ୍ରତ୍ୟେକ କ୍ଷେତ୍ରରେ ସମସ୍ତ ଛାତ୍ରଛାତ୍ରୀଙ୍କ ସଫଳତା ଏବଂ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା