ଭୁବନେଶ୍ୱର, 11 ଜୁନ୍ (ହି.ସ.)
- ଆଜି ଦେବସ୍ନାନ ପୂର୍ଣ୍ଣିମା। ଏହି ପବିତ୍ର ତିଥିରେ ରତ୍ନବେଦୀରୁ
ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ସୁନା ଗୋସେଇଁ ପରିବାରର ସଦସ୍ୟମାନେ ସୁନାକୂଅରୁ
୧୦୮ ଗଡ଼ୁ ଜଳ ଆଣି ଜଳ ଗୃହରେ ରଖିବେ। ଚୁଆ, ଚନ୍ଦନ,
କର୍ପୁର
ଆଦି ପକାଯାଇ ଜଳକୁ ଅଧିବାସ କରାଯିବ। ଅଧିବାସ ଗୃହରୁ ଗରାବଡୁ ସେବକମାନେ ୧୦୮ ଗଡ଼ୁ ଜଳ ନେଇ ୪ଟି
ପନ୍ତିରେ ସ୍ନାନବେଦୀରେ ରଖିବେ। ମଧ୍ୟାହ୍ନ ୧୨ଟା ୨୦ରୁ ସ୍ନାନବିଧି ଆରମ୍ଭ କରାଯିବ। ଜଳ ବିଜେ ଓ
ପୂଜା ପରେ ଚତୁର୍ଦ୍ଧାବିଗ୍ରହଙ୍କ ସ୍ନାନ ନୀତି ସମ୍ପନ୍ନ ହେବ। ଶ୍ରୀବଳଭଦ୍ର ୩୩ ଗଡ଼ୁ,
ସୁଭଦ୍ରା
୨୨ ଗଡ଼ୁ, ଶ୍ରୀଜଗନ୍ନାଥ ୩୫ ଗଡ଼ୁ ଏବଂ ସୁଦର୍ଶନ ୧୮ ଗଡ଼ୁ ଜଳରେ ସ୍ନାନ କରିବେ।
ସ୍ନାନଯାତ୍ରା ପାଇଁ ଚଳଚଞ୍ଚଳ ହୋଇପଡିଛି ଶ୍ରୀକ୍ଷେତ୍ର ପୁରୀ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା