କାଳୀ ପଡିଆରେ ହେବ ଜିଲ୍ଲାସ୍ତରୀୟ ବିକାଶ ମେଳା ଓ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରଦର୍ଶନୀ
କେନ୍ଦୁଝର, 12 ଜୁନ୍ (ହି.ସ.) ବିକଶିତ ଭାରତର ଅମୃତ ମୁହୂର୍ତ୍ତରେ ସେବା, ସୁଶାସନ ଓ ଗରିବ କଲ୍ୟାଣ ପାଇଁ ସମର୍ପିତ କେନ୍ଦ୍ର ସରକାରଙ୍କ ୧୧ ବର୍ଷ ଓ ରାଜ୍ୟ ସରକାରଙ୍କ ୧ ବର୍ଷ ପୂରଣ ଉପଲକ୍ଷେ ଆସନ୍ତାକାଲିଠାରୁ କେନ୍ଦୁଝର କାଳୀ ପଡିଆଠାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଓ ସୁଭଦ୍ରା ଶକ୍ତି ପାରମ୍ପରିକ ଖା
କାଳୀ ପଡିଆରେ ହେବ ଜିଲ୍ଲାସ୍ତରୀୟ ବିକାଶ ମେଳା ଓ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରଦର୍ଶନୀ


କେନ୍ଦୁଝର, 12 ଜୁନ୍ (ହି.ସ.)

ବିକଶିତ ଭାରତର ଅମୃତ ମୁହୂର୍ତ୍ତରେ ସେବା, ସୁଶାସନ ଓ ଗରିବ କଲ୍ୟାଣ ପାଇଁ ସମର୍ପିତ କେନ୍ଦ୍ର ସରକାରଙ୍କ ୧୧ ବର୍ଷ ଓ ରାଜ୍ୟ ସରକାରଙ୍କ ୧ ବର୍ଷ ପୂରଣ ଉପଲକ୍ଷେ ଆସନ୍ତାକାଲିଠାରୁ କେନ୍ଦୁଝର କାଳୀ ପଡିଆଠାରେ ଜିଲ୍ଲାସ୍ତରୀୟ ବିକାଶ ମେଳା ଓ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରଦର୍ଶନୀ ଆରମ୍ଭ ହୋଇ ୧୮ ତାରିଖ ପର୍ଯ୍ୟନ୍ତ ଚାଲିବ।

ଏହି ଅବସରରେ ମାନ୍ୟବର ମନ୍ତ୍ରୀ, ବିଦ୍ୟାଳୟ ଓ ଗଣଶିକ୍ଷା,ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସଂପ୍ରଦାୟ ଓ ପଛୁଆ ବର୍ଗ କଲ୍ଯାଣ ବିଭାଗ, ଓଡ଼ିଶା ଶ୍ରୀଯୁକ୍ତ ନିତ୍ୟାନନ୍ଦ ଗଣ୍ଡ ନିମ୍ନଲିଖିତ କାର୍ଯ୍ୟକ୍ରମରେ ଯୋଗ ଦେବେ। ଏହି କାର୍ଯ୍ୟକ୍ରମରେ ବିକାଶ ମେଳା ଓ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରଦର୍ଶନୀ ଓ ⁠ବିକଶିତ ଓଡ଼ିଶା ପାଇଁ ବିକଶିତ ଜିଲ୍ଲା ସଂକ୍ରାନ୍ତୀୟ କର୍ମଶାଳା ଓ ଆଲୋଚନା ଚକ୍ର ହେବ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ହିନ୍ଦୁସ୍ଥାନ ସମାଚାର / SANTOSH MOHAPATRA

 rajesh pande