ଭୁବନେଶ୍ୱର, ୧୨ ଜୁନ୍ (ହି.ସ.)- ଆଗାମୀ ୭ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୩ ଦିନ କେତେକ ଜିଲ୍ଲାରେ ଭୀଷଣ ବର୍ଷା ନେଇ ଚେତାବନୀ ଜାରି ହୋଇଛି ।
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୫ ଜିଲ୍ଲା (କଟକ, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୩ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୮ ଜିଲ୍ଲା ( କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ମାଲକାନଗିରି, କୋରାପୁଟ, ରାୟଗଡ଼ା)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ସେହିପରି ୧୪ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୫ ତାରିଖରେ ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୬ ତାରିଖରେ ଭୀଷଣରୁ ଅତିଭୀଷଣ ବର୍ଷା ନେଇ ୪ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ମାଲକାନଗିରି, କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୭ ତାରିଖରେ ଭୀଷଣ ବର୍ଷା ନେଇ ୪ ଜିଲ୍ଲା, ୧୮ ତାରିଖରେ ଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ