ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା : ବାଲେଶ୍ୱର ଜିଲ୍ଲାର ଭୋଗରାଇରେ ସର୍ବାଧିକ ୭୨.୦ ମି.ମି. ବର୍ଷା ରେକର୍ଡ଼
ଭୁବନେଶ୍ୱର, ୧୨ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ବାଲେଶ୍ୱର ଜିଲ୍ଲାର ଭୋଗରାଇରେ ସର୍ବାଧିକ ୭୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି । ସେହିପରି ଖୋର୍ଦ୍ଧା ଜିଲ୍ଲାର ଚିଲିକାରେ ୭୨.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଭୁବନରେ
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ବର୍ଷା : ବାଲେଶ୍ୱର ଜିଲ୍ଲାର ଭୋଗରାଇରେ ସର୍ବାଧିକ ୭୨.୦ ମି.ମି. ବର୍ଷା ରେକର୍ଡ଼


ଭୁବନେଶ୍ୱର, ୧୨ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ବାଲେଶ୍ୱର ଜିଲ୍ଲାର ଭୋଗରାଇରେ ସର୍ବାଧିକ ୭୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଖୋର୍ଦ୍ଧା ଜିଲ୍ଲାର ଚିଲିକାରେ ୭୨.୦ ମି.ମି., ଢ଼େଙ୍କାନାଳ ଜିଲ୍ଲାର ଭୁବନରେ ୬୮.୦ ମି.ମି., ରାୟଗଡ଼ା ଜିଲ୍ଲାର ଗୁଣୁପୁରରେ ୬୪.୪ ମି.ମି., କଟକ ଜିଲ୍ଲାର ବାଙ୍କୀରେ ୫୬.୦ ମି.ମି., ଗଞ୍ଜାମ ଜିଲ୍ଲାର କୋଦଳାରେ ୪୩.୦ ମି.ମି., ଶେରଗଡ଼ରେ ୪୨.୫ ମି.ମି., ସୋରଡ଼ାରେ ୪୧.୦ ମି.ମି., କୋରାପୁଟ ଜିଲ୍ଲାର କୋଟପାଡ଼ରେ ୪୧.୦ ମି.ମି., ଗଜପତି ଜିଲ୍ଲାର କାଶୀନଗରରେ ୪୦.୦ ମି.ମି., ଗଞ୍ଜାମ ଜିଲ୍ଲାର ପୁରୁଷୋତମପୁରରେ ୩୮.୮ ମି.ମି. ଏବଂ ଦିଗପହଣ୍ଡିରେ ୩୨.୫ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande