ବଲାଙ୍ଗିର, ୧୩ ଜୁନ୍ (ହି.ସ.)- ଓଡ଼ିଶା ବିଦ୍ୟୁତ୍ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ୍) ପକ୍ଷରୁ ୧୩୨/୩୩ କେ.ଭି. ବଲାଙ୍ଗିର ନୂତନ ଗ୍ରୀଡ୍ ସବଷ୍ଟେସନରେ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ବେହେରାପାଲି, କସବାହଲ, ଭାଲେର, କୁରୁଲ, ମାଧିଆପାଲି, ମହିମୁଣ୍ଡା, ସଧେଇପାଲି, ସାନପୁର, ଉମ୍ରିଆ ଆଦି ଅଞ୍ଚଳ ଏବଂ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ତା. ୧୩.୦୬.୨୦୨୫ ରିଖି (ଶୁକ୍ରବାର) ଦିନ ସକାଳ ୭ଟାରୁ ଅପରାହ୍ନ ୧୧ଟା ପର୍ଯ୍ୟନ୍ତ ବିଦ୍ୟୁତ୍ ଯୋଗାଣ ବନ୍ଦ ରହିବ ।
ଏହି ରକ୍ଷଣାବେକ୍ଷଣ କାର୍ଯ୍ୟ ସ୍ଥିର, ନିରବଚ୍ଛିନ୍ନ ତଥା ଗୁଣାତ୍ମକ ବିଦ୍ୟୁତ୍ ସେବା ପାଇଁ ଅତ୍ୟନ୍ତ ଜରୁରୀ ଅଟେ । ତେଣୁ ସାମୟିକ ସମୟ ପାଇଁ ବିଦ୍ୟୁତ୍ ସେବା ବ୍ୟାହତ ହେବା ଲାଗି ଟିପିଡବ୍ଲ୍ୟୁଓଡିଏଲ୍ କତୃପକ୍ଷ ଦୁଃଖପ୍ରକାଶ କରିବା ସହ ଉକ୍ତ ଅଞ୍ଚଳର ବିଦ୍ୟୁତ୍ ଗ୍ରାହକ ତଥା ଜନସାଧାରଣଙ୍କ ସହଯୋଗ କାମନା କରୁଅଛନ୍ତି କର୍ପୋରେଟ୍ ଯୋଗାଯୋଗ ଏବଂ ସରକାରୀ ସମ୍ପର୍କ ମୁଖ୍ୟଟିପିଡବ୍ଲ୍ୟୁଓଡିଏଲ୍, କର୍ପୋରେଟ୍ କାର୍ଯ୍ୟାଳୟ, ବୁର୍ଲା ।
ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ