ଭୁବନେଶ୍ୱର, ୧୩ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । ମୟୂରଭଞ୍ଜ ଜିଲ୍ଲାର ରରୁଆଁରେ ସର୍ବାଧିକ ୩୨.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି କଟକ ଜିଲ୍ଲାର ନରସିଂହପୁରରେ ୩୨.୦ ମି.ମି., ନୟାଗଡ଼ ଜିଲ୍ଲାର ଓଡ଼ଗାଁରେ ୨୭.୬ ମି.ମି., ମୟୂରଭଞ୍ଜ ଜିଲ୍ଲାର ଶୁକ୍ରୁଳିରେ ୨୪.୬ ମି.ମି., ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ାରେ ୨୪.୪ ମି.ମି., ଭଦ୍ରକ ଜିଲ୍ଲାର ଭଦ୍ରକରେ ୨୪.୦ ମି.ମି., କେନ୍ଦ୍ରାପଡ଼ାର ଡେରାବିଶରେ ୨୨.୦ ମି.ମି., କଟକ ଜିଲ୍ଲାର ବାଙ୍କୀରେ ୧୮.୦ ମି.ମି., କଟକ ଜିଲ୍ଲାର ସାଲେପୁରରେ ୧୭.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର କେନ୍ଦ୍ରାପଡ଼ାରେ ୧୭.୦ ମି.ମି. ଏବଂ ରାୟଗଡ଼ା ଜିଲ୍ଲାର ଗୁଡ଼ାରିରେ ୧୬.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ