ଭୁବନେଶ୍ୱର, ୧୪ ଜୁନ୍ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨ ଦିନ କୌଣସି ଚେତାବନୀ ନାହିଁ ।
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ରାଜ୍ୟର ୧୦ ଜିଲ୍ଲା(ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
୧୫ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୪ ଜିଲ୍ଲା ( କଳାହାଣ୍ଡି, ରାୟଗଡ଼ା, ଗଜପତି, କୋରାପୁଟ)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୧୬ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ଦୁଇ ଜିଲ୍ଲା ସୁନ୍ଦରଗଡ଼ ଓ କେନ୍ଦୁଝରକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଏବଂ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୭ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୩ ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର ଓ କୋରାପୁଟକୁ ଅରେଞ୍ଜ୍ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଏବଂ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୮ ତାରିଖରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାର ପରବର୍ତୀ ୨ ଦିନ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ