ଭୁବନେଶ୍ୱର, ୧୪ ଜୁନ୍ - ଆସନ୍ତା ୨୦ ତାରିଖରେ ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ୨୦ ତାରିଖ ଅପରାହ୍ନ ୩ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବେ। ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ୨୦ ତାରିଖରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ ୫୦ ହଜାର ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଂଟାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବା ପରେ ରୋଡ ଶୋ' କରିବେ। ଏନେଇ ସୂଚନା ଦେଇଛନ୍ତି ପଂଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ।
ଏହି ଅବସରରେ ପ୍ରଧାନମନ୍ତ୍ରୀ ଅନେକ ନୂଆ ଯୋଜନା ଘୋଷଣା କରିବେ । ଏଥିରେ ମହାପୁରୁଷ ଆଦର୍ଶ ଗ୍ରାମ ଯୋଜନା ବି ଘୋଷଣା ହୋଇପାରେ। ଓଡ଼ିଶା ପ୍ରତି ପ୍ରଧାନମନ୍ତ୍ରୀଙ୍କର ବିଶେଷ ଆଗ୍ରହ ରହିଛି । ଯେଉଁଥିପାଇଁ ଗୋଟିଏ ବର୍ଷରେ ସେ ଷଷ୍ଠ ଥର ଓଡ଼ିଶା ଆସୁଛନ୍ତି ବୋଲି କହିଛନ୍ତି ମନ୍ତ୍ରୀ ରବି ନାଏକ।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା