ଭୁବନେଶ୍ୱର, ୧୪ ଜୁନ୍ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ରେକର୍ଡ଼ ହୋଇଛି । କୋରାପୁଟ ଜିଲ୍ଲାର ଲମତାପୁଟରେ ସର୍ବାଧିକ ୬୦.୪ ମି.ମି. ବର୍ଷା ରେକର୍ଡ଼ ହୋଇଛି ।
ସେହିପରି ଜଗତସିଂହପୁର ଜିଲ୍ଲାର ତିର୍ତୋଲରେ ୫୫.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ନୱାନାରେ ୨୭.୪ ମି.ମି., ଯାଜପୁର ଜିଲ୍ଲାର ଜେନାପୁରରେ ୨୫.୦ ମି.ମି., ମୟୂରଭଞ୍ଜ ଜିଲ୍ଲାର ଯଶୀପୁରରେ ୨୪.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇରେ ୨୨.୦ ମି.ମି., ରାଜନଗରରେ ୨୦.୦ ମି.ମି., କେନ୍ଦୁଝର ଜିଲ୍ଲାର କେନ୍ଦୁଝରଗଡ଼ରେ ୧୪.୬ ମି.ମି., ମାଲକାନଗିରି ଜିଲ୍ଲାର ମାଲକାନଗିରିରେ ୧୨.୨ ମି.ମି., ଯାଜପୁର ଜିଲ୍ଲାର ବରୀରେ ୧୨.୦ ମି.ମି., କେନ୍ଦ୍ରାପଡ଼ା ଜିଲ୍ଲାର ମାର୍ଶାଘାଇରେ ୧୧.୦ ମି.ମି. ଏବଂ କେନ୍ଦ୍ରାପଡ଼ା(ପିଟିଓ)ରେ ୧୦.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ