କେନ୍ଦ୍ରାପଡା, 14 ଜୁନ୍ (ହି.ସ.): ଅହମ୍ମଦାବାଦ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ପାଇଁ ଅଶ୍ରୂଳ ଶ୍ରଦ୍ଧାଞ୍ଜଳୀ ଦିଆଯାଇଛି । କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଏହି ଶ୍ରଦ୍ଧାଞ୍ଜଳୀ ସଭାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଲିଲିତା ଦାସ, ବ୍ଲକ ଉପାଧ୍ୟକ୍ଷ ପ୍ରତାପ ନାରାୟଣ ମହାପାତ୍ର, ବିଜେଡି ବ୍ଲକ ସଭାପତି ଆଲୋକ ସାହୁ, ସମ୍ବିତ୍ ଶ୍ରୀଚନ୍ଦନ, ପିତବାସ ବେହେରା, ଧନଞ୍ଜୟ ମହାନ୍ତିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ରହି ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ୨ ମିନିଟ୍ ନିରବ ପ୍ରାର୍ଥନା କରିବା ସହିତ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ରବି