ଉଚ୍ଛବପାଲିରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ପାଇଁ ସାଧାରଣଜନତାଙ୍କୁ ଧନ୍ୟବାଦ ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର, 14 ଜୁନ୍ (ହି.ସ.) - ଉଚ୍ଛବପାଲିରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ପାଇଁ ସାଧାରଣଜନତାଙ୍କୁ ଧନ୍ୟବାଦ ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ଉଚ୍ଛବପାଲି ଠାରେ ମିଳିଥିବା ଭବ୍ୟ ସ୍ଵାଗତ ସମ୍
ଉଚ୍ଛବପାଲିରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ପାଇଁ ସାଧାରଣଜନତାଙ୍କୁ ଧନ୍ୟବାଦ ଜଣାଇଲେ     ସ୍ୱାସ୍ଥ୍ୟମନ୍ତ୍ରୀ


ଭୁବନେଶ୍ୱର, 14 ଜୁନ୍ (ହି.ସ.)

- ଉଚ୍ଛବପାଲିରେ ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା ପାଇଁ ସାଧାରଣଜନତାଙ୍କୁ ଧନ୍ୟବାଦ

ଜଣାଇଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ

ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ଉଚ୍ଛବପାଲି ଠାରେ ମିଳିଥିବା ଭବ୍ୟ ସ୍ଵାଗତ ସମ୍ବର୍ଦ୍ଧନା

ପାଇଁ ସ୍ଥାନୀୟ ଜନସାଧାରଣଙ୍କୁ ଅଶେଷ ଧନ୍ୟବାଦ ଜଣାଉଛି।

ଆଜି ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଉଚ୍ଛବପାଲି ଠାରେ ଏକ ନୂତନ କଲ୍ୟାଣ

ମଣ୍ଡପର ଭିତ୍ତିପ୍ରସ୍ତର ସ୍ଥାପନ କରିଛି। ନିର୍ମାଣ ହେବାକୁ ଥିବା ଏହି କଲ୍ୟାଣ ମଣ୍ଡପ ସ୍ଥାନୀୟ

ଲୋକଙ୍କ ଆବଶ୍ୟକତାକୁ ପୂରଣ କରିବାରେ ନିଶ୍ଚିତ ଭାବେ ସହାୟକ ହେବ।ଗ୍ରାମୀଣ ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଲୋକଙ୍କ ସରକାର ଗୁରୁତ୍ଵ ଦେଉଛନ୍ତି। ଏହାକୁ

ନେଇ ଜନସାଧାରଣ ଖୁସିବ୍ୟକ୍ତ କରିବା ସହ ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ

ମାଝୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande