ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ରାଜ୍ୟର ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ଝଡ଼ କିମ୍ବା ବଜ୍ରପାତ, ପବନ ଓ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୬ ଜୁନ୍ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଥିବା ବେଳେ ଏହାର ପରବର୍ତୀ ୩ ଦିନ ଭୀଷଣ ବର୍ଷା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚ
ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ରାଜ୍ୟର ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ଝଡ଼ କିମ୍ବା ବଜ୍ରପାତ, ପବନ ଓ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୬ ଜୁନ୍ (ହି.ସ.)- ଆଗାମୀ ୨ ଦିନ ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି ହୋଇଥିବା ବେଳେ ଏହାର ପରବର୍ତୀ ୩ ଦିନ ଭୀଷଣ ବର୍ଷା ନେଇ କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ ।

ଆଗାମୀ ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ରାଜ୍ୟର ୩ ଜିଲ୍ଲା( କଟକ, ଜଗତସିଂହପୁର, କଳାହାଣ୍ଡି)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ତନ୍ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ । ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୨୦ ସେ.ମି. ପର୍ଯ୍ୟନ୍ତ ବର୍ଷା ଏବଂ ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡିକର ଗୋଟିଏରୁ ଦୁଇଟି ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

୧୭ ତାରିଖ ଅର୍ଥାତ୍ ଆସନ୍ତାକାଲି ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୩ ଜିଲ୍ଲା (ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼)କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଝଡ଼ କିମ୍ବା ବଜ୍ରପାତ, ପବନ ଓ ଭୀଷଣ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହା ବ୍ୟତୀତ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଅନ୍ୟ ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ୧୮ ତାରିଖରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ୨ ଜିଲ୍ଲା (କେନ୍ଦୁଝର, ସୁନ୍ଦରଗଡ଼) କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଭୀଷଣ ବର୍ଷା ନେଇ ୩ ଜିଲ୍ଲା (ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ) କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୀଷଣ ବର୍ଷା ନେଇ ୧୯ ତାରିଖରେ ୪ ଜିଲ୍ଲାକୁ ଏବଂ ୨୦ ତାରିଖରେ ୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହାର ପରବର୍ତୀ ୨ ଦିନ ପାଇଁ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande