ଜୟପୁର, ୧୬ ଜୁନ୍ (ହି.ସ.) - ଜୟପୁର ବ୍ଲକ ଅନ୍ତର୍ଗତ ପୁଜାରିପୁଟ ଠାରେ ପଂଚାୟତ ସ୍ତରିୟ ଅଭିଯୋଗ ଓ ଜନ ଶୁଣାଣି ଶିବିର ଆଜି ଦିନ ୧୧ଟାରେ ଆରମ୍ଭ ହୋଇ ଅପରାହ୍ନ ୧ ଘଂଟା ସମୟରେ ଶେଷ ହୋଇଥିଲା। ଏହି ଅଭିଯୋଗ ଶୁଣାଣିରେ ଏପିଓ ସନ୍ତୋଷି ମହାପାତ୍ର, ପ୍ରୋଗ୍ରାମ ଆସିଷ୍ଟାଣ୍ଡ ସସ୍ମିତା ପରିଡା ସହ ଅନ୍ୟ ଲାଇନ ର ବ୍ଲକ ସ୍ତରିୟ ଅଧିକାରି ମାନେ ଉପସ୍ଥିତ ଥିଲେ । ଏଥିରେ ପଂଚାୟତର ବିଭିନ୍ନ ଗ୍ରାମର ଗ୍ରାମବାସୀ ଉପସ୍ଥିତ ଥିଲେ । ଗ୍ରାମବାସୀ ମାନେ ବିଭାଗର ଅଧିକାରି ମାନଙ୍କୁ ରାସ୍ତା, ଡ୍ରେନ ଆଦି ଅଭିଯୋଗ କରିଥିଲେ । ଏହା ସହ ଉପସ୍ଥିତ ଅଧିକାରି ମାନେ ବିଭିନ୍ନ ସରକାରୀ ଯୋଜନା ର ଲାଭ କିପରି ପାଇବେ ସେ ନେଇ ସଚେତନ କରିଥିଲେ ।
ହିନ୍ଦୁସ୍ଥାନ ସମାଚାର / ପିକେପି