ଭୁବନେଶ୍ୱର, 16 ଜୁନ୍ (ହି.ସ.)
-ଜୁନ୍ ୨୦ ତାରିଖରୁ
ମିଳିବ ମଧ୍ୟାହ୍ନ ଭୋଜନ । ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ
ବିଦ୍ୟାଳୟଗୁଡ଼ିକରେ ଶିଶୁ ବାଟିକାଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀମାନଙ୍କୁ
ଆସନ୍ତା ଜୁନ୍ ୨୦ ତାରିଖରୁ ମଧ୍ୟାହ୍ନ ଭୋଜନ ପ୍ରଦାନ କରାଯିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା
ବିଭାଗ ପକ୍ଷରୁ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା