ଜିଲ୍ଲାସ୍ତରୀୟ ବିକାଶ ମେଳା : ୨୦୩୬ ମସିହା ବେଳକୁ ଓଡ଼ିଶା ଏକ ସମୃଦ୍ଧ ରାଜ୍ୟରେ ପରିଣତ ହେବ- ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ
ଜୟପୁର, ୧୬ ଜୁନ୍ (ହି.ସ.)- ୨୦୩୬ ମସିହା ବେଳକୁ ଓଡ଼ିଶା ଏକ ସମୃଦ୍ଧ ରାଜ୍ୟରେ ପରିଣତ ହେବ ବୋଲି ରାଜ୍ୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି । ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ଥାନୀୟ ପୋଲିସ ପ୍ୟାରେଡ ପଡ଼ିଆ ଠାରେ ଆୟୋଜିତ ଜିଲ୍ଲାସ୍ତରୀୟ ବିକାଶ ମେଳାରେ
ଜିଲ୍ଲାସ୍ତରୀୟ ବିକାଶ ମେଳା  ୨୦୩୬ ମସିହା ବେଳକୁ ଓଡ଼ିଶା ଏକ ସମୃଦ୍ଧ ରାଜ୍ୟରେ ପରିଣତ ହେବ_ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ


ଜୟପୁର, ୧୬ ଜୁନ୍ (ହି.ସ.)- ୨୦୩୬ ମସିହା ବେଳକୁ ଓଡ଼ିଶା ଏକ ସମୃଦ୍ଧ ରାଜ୍ୟରେ ପରିଣତ ହେବ ବୋଲି ରାଜ୍ୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ କହିଛନ୍ତି । ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ଥାନୀୟ ପୋଲିସ ପ୍ୟାରେଡ ପଡ଼ିଆ ଠାରେ ଆୟୋଜିତ ଜିଲ୍ଲାସ୍ତରୀୟ ବିକାଶ ମେଳାରେ ମନ୍ତ୍ରୀ ଶ୍ରୀ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ କରି ଉଦଘାଟନ କରିଥିଲେ । କୋରାପୁଟ ଜିଲ୍ଲା ବିକଶିତ ହେଲେ ଓଡ଼ିଶା ବିକଶିତ ହେବ।ତେଣୁ କୋରାପୁଟ ଜିଲ୍ଲାର ବୁଦ୍ଧିଜୀବୀ, ସାମ୍ବାଦିକ, ଡାକ୍ତର, ସାମାଜିକ କର୍ମୀ ମାନଙ୍କୁ ନେଇ ପରାମର୍ଶ କର୍ମଶାଳା ଆୟୋଜନ କରାଯାଇଥିଲା । ସମାଜର ସବୁବର୍ଗର ଲୋକଙ୍କ ମତକୁ ନେଇ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରାଯାଉଛି ବୋଲି ମନ୍ତ୍ରୀ ଶ୍ରୀ ମଲ୍ଲିକ କହିଛନ୍ତି । ରାଜ୍ୟରେ ଗୁଣାତ୍ମକ ଶିକ୍ଷା ପାଇଁ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ସ୍ଥାପନ ହେବାକୁ ଯାଉଛି ବୋଲି କୋରାପୁଟ ବିଧାୟକ ରଘୁରାମ ମାଛ କହିଛନ୍ତି। ଗତ ଏକ ବର୍ଷ ମଧ୍ୟରେ କୋରାପୁଟ ଜିଲ୍ଲାର ୩ ଲକ୍ଷରୁ ଉର୍ଦ୍ଧ୍ବ ମହିଳା ମାନେ ସୁଭଦ୍ରା ଯୋଜନାରେ ସାମିଲ ହୋଇଥିବା ଜିଲ୍ଲାପାଳ ଭି କୀର୍ତ୍ତି ୱାସନ କହିଛନ୍ତି। ପିଏମ ଏବଂ ସିଏମ କିଶାନ ଯୋଜନାରେ ୨ ଲକ୍ଷରୁ ଅଧିକ ଚାଷୀ ଉପକୃତ ହୋଇଥିବା ସେ କହିଛନ୍ତି। ଅନ୍ତୋଦୟ ଗୃହ ଯୋଜନାରେ ୫ ହଜାର ପରିବାରକୁ ଗୃହ ଯୋଗାଇ ଦିଆଯାଇଛି। ୪ ହଜାର ହେକ୍ଟର ଜମିରେ କଫି ଚାଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ସେ କହିଛନ୍ତି। ସମସ୍ତଙ୍କ ସହଯୋଗରେ କୋରାପୁଟ ଜିଲ୍ଲାର ସର୍ବାଙ୍ଗୀନ ଉନ୍ନତି ହୋଇପାରିବ ବୋଲି ସେ ଆଶା ରଖିଛନ୍ତି।

ଅନ୍ୟ ମାନଙ୍କ ମଧ୍ୟରେ କୋଟପାଡ ବିଧାୟକ ରୁପୁ ଭତ୍ରା, ଜିଲ୍ଲା ପରିଷଦ ସଭାପତି ସସ୍ମିତା ମେଲେକା, କୋରାପୁଟ ଏସପି ରୋହିତ ବର୍ମା, ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ନାୟକ, କୋରାପୁଟ ବ୍ଲକ ଅଧ୍ୟକ୍ଷା ନମିତା ମାଝୀ, କୋରାପୁଟ ପୌର ପରିଷଦ ଅଧ୍ୟକ୍ଷ ଲଲାଟ ରଞ୍ଜନ ସେଠୀ, ସୁନାବେଡା ପୌର ପରିଷଦ ଅଧ୍ୟକ୍ଷ ରାଜେନ୍ଦ୍ର ପାତ୍ର, କୋଟପାଡ ବିଜ୍ଞାପିତ ଅଞ୍ଚଳ ପରିଷଦ ଅଧ୍ୟକ୍ଷ ଏମ ଶଙ୍କର ରାଓ ପ୍ରମୁଖ ଅନ୍ୟତମ ଅତିଥି ଭାବେ ଯୋଗଦେଇ ଥିଲେ। ଏହି ଅବସରରେ ପାରମ୍ପାରିକ ସୁଭଦ୍ରା ଖାଦ୍ୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା। ଗୋଷ୍ଠୀ ଜଙ୍ଗଲ ଅଧିକାର ଓ ସମ୍ବଳ ଅଧିକାରର ଶିରୋନାମା ବଣ୍ଟନ, ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନାରେ ୩ ଶ୍ରମିକଙ୍କୁ ସହାୟତା ଅର୍ଥ ରାଶି ପ୍ରଦାନ, ପିଏମ ବିଶ୍ଵକର୍ମା ଯୋଜନାର ଋଣ ମଞ୍ଜୁରୀ ପତ୍ର ବଣ୍ଟନ କରାଯିବା ସହ ନୂତନ ହିତାଧିକାରୀଙ୍କୁ ପେନସନ ବଣ୍ଟନ କରାଯାଇଥିଲା । କୋରାପୁଟ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବେଣୁଧର ଶବର ଧନ୍ୟବାଦ ଅର୍ପଣ କରିଥିଲେ। କୋରାପୁଟ ଜିଲ୍ଲା ଯୋଜନା ଓ ପର୍ଯ୍ୟବେକ୍ଷଣ ଉପ ନିର୍ଦ୍ଦେଶକ ସୂର୍ଯ୍ୟକାନ୍ତ ବେହେରା, କୋରାପୁଟ ପୌର ପରିଷଦ ନିର୍ବାହୀ ଅଧିକାରୀ ଜ୍ଞାନଜିତ ତ୍ରୀପାଠୀ, କୋରାପୁଟ ବିଡିଓ ଦେବାଶିଷ ଗୌଡ଼ ପ୍ରମୁଖ ଯୋଗଦେଇ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ସଭା ପୂର୍ବରୁ ମୁଖ୍ୟ ଅତିଥି ଶ୍ରୀ ମଲ୍ଲିକ ପଲ୍ଲୀଶ୍ରୀ ମେଳା ଏବଂ ପାରମ୍ପରିକ ସୁଭଦ୍ରା ଖାଦ୍ୟ ମେଳା ଉଦଘାଟନ କରିବା ସହ ଷ୍ଟଲ ପରିଦର୍ଶନ କରିଥିଲେ । ଏହି କାର୍ଯ୍ୟକ୍ରମରେ ପ୍ରାୟ ୭ ହଜାର ଲୋକଙ୍କ ସମାଗମ ହୋଇଥିବା ନଜର କରାଯାଇଥିଲା ।

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande