ରାଜ୍ୟପାଳଙ୍କୁ ରଥଯାତ୍ରା ପାଇଁ ନିମନ୍ତ୍ରଣ ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ଭୁବନେଶ୍ୱର, ୧୭ ଜୁନ (ହି.ସ.) - ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଡ଼. ଅରବିନ୍ଦ କୁମାର ପାଢ଼ୀ ମଙ୍ଗଳବାର ରାଜଭବନରେ ରାଜ୍ୟପାଳ ହରିବାବୁ କୁମ୍ଭମପାଟି ସହିତ ସାକ୍ଷାତକରି ଆସନ୍ତା ପବିତ୍ର ରଥଯାତ୍ରା ପାଇଁ ନିମନ୍ତ୍ରଣ ଦେଇଛନ୍ତି। ରଥଯାତ୍ରା ଓଡ଼ିଶାର ଧାର୍ମିକ ଓ ସାଂସ୍କୃତିକ ଐତି
ରାଜ୍ୟପାଳଙ୍କୁ ରଥଯାତ୍ରା ପାଇଁ ନିମନ୍ତ୍ରଣ ଦେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ


ଭୁବନେଶ୍ୱର, ୧୭ ଜୁନ (ହି.ସ.) - ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ଡ଼. ଅରବିନ୍ଦ କୁମାର ପାଢ଼ୀ ମଙ୍ଗଳବାର ରାଜଭବନରେ ରାଜ୍ୟପାଳ ହରିବାବୁ କୁମ୍ଭମପାଟି ସହିତ ସାକ୍ଷାତକରି ଆସନ୍ତା ପବିତ୍ର ରଥଯାତ୍ରା ପାଇଁ ନିମନ୍ତ୍ରଣ ଦେଇଛନ୍ତି।

ରଥଯାତ୍ରା ଓଡ଼ିଶାର ଧାର୍ମିକ ଓ ସାଂସ୍କୃତିକ ଐତିହ୍ୟର ଏକ ଜ୍ୱଳନ୍ତ ଚିହ୍ନ। ଏହି ଅବସରରେ ଲକ୍ଷ-ଲକ୍ଷ ଭକ୍ତ ଏକତ୍ରିତ ହୋଇ ମହାପ୍ରଭୁଙ୍କ ଦିବ୍ୟ ଯାତ୍ରାକୁ ଭକ୍ତି, ଶ୍ରଦ୍ଧା ଓ ଉତ୍ସାହ ସହ ପାଳନ କରନ୍ତି। ମୁଁ ଏହି ପବିତ୍ର ଅବସରରେ ଅଂଶଗ୍ରହଣ କରିବାକୁ ଅପେକ୍ଷା କରୁଛି ବୋଲି କହିଛନ୍ତି ରାଜ୍ୟପାଳ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande