ଭୁବନେଶ୍ୱର, ୧୭ ଜୁନ୍ (ହି.ସ.)- ଦକ୍ଷିଣ-ପଶ୍ଚିମ ବାଙ୍ଗଲାଦେଶ ଓ ତତସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟତା ଉପରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଧିରେ ଧିରେ ପଶ୍ଚିମ-ଉତର-ପଶ୍ଚିମ ଦିଗରେ ଗତି କରିପାରେ ଏବଂ ଆଗାମୀ ୨୪ ଘଂଟା ମଧ୍ୟରେ ଏହା ଅଧିକ ସୁଦୃଶ୍ୟ ହୋଇ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ପାଶ୍ୱର୍ବର୍ତୀ ଅଂଚଳ ଉପରେ ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ