ସମ୍ପୂର୍ଣ୍ଣ ରାଜ୍ୟକୁ ଛୁଇଁଲା ମୌସୁମୀ
ଭୁବନେଶ୍ୱର, ୧୭ ଜୁନ (ହି.ସ.) - ସମ୍ପୂର୍ଣ୍ଣ ରାଜ୍ୟକୁ ଛୁଇଁଲା ମୌସୁମୀ । ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ଆଜି ସକାଳ ୫.୩୦ରେ ବଙ୍ଗୋପସା
ସମ୍ପୂର୍ଣ୍ଣ ରାଜ୍ୟକୁ ଛୁଇଁଲା ମୌସୁମୀ


ଭୁବନେଶ୍ୱର, ୧୭ ଜୁନ (ହି.ସ.) - ସମ୍ପୂର୍ଣ୍ଣ ରାଜ୍ୟକୁ ଛୁଇଁଲା ମୌସୁମୀ । ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି ଆଜି ସକାଳ ୫.୩୦ରେ ବଙ୍ଗୋପସାଗର ମଧ୍ୟରେ ଗୋଟେ ଅବପତ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏପରିକି ଏହାର ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ମତ୍ସ୍ୟଜୀବୀ ଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଗାମୀ ୨୪ ଘଂଟା ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ କଟକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତା କାଲି ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସହ ଗୋଟେ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ସେହିଭଳି ସମ୍ବଲପୁର, କେଉଁଝର, ଝାରସୁଗୁଡ଼ା, ଯାଜପୁର, ବାଲେଶ୍ୱର, ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଆଗାମୀ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande