ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣାକୁ ନିନ୍ଦା କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, ୧୭ ଜୁନ (ହି.ସ.) - ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣାକୁ ଦୃଢ ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏକ୍ସରେ ନବୀନ ଲେଖିଛନ୍ତି ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଖବର ଅତ୍ୟନ୍ତ ସ୍ପର୍ଶକାତର, ସଭିଙ୍କୁ ଏହା ବିଚଳିତ କରିଛି।
ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣାକୁ ନିନ୍ଦା କଲେ ନବୀନ ପଟ୍ଟନାୟକ


ଭୁବନେଶ୍ୱର, ୧୭ ଜୁନ (ହି.ସ.) - ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଘଟଣାକୁ ଦୃଢ ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।

ଏକ୍ସରେ ନବୀନ ଲେଖିଛନ୍ତି ଓଡ଼ିଶାର ପ୍ରମୁଖ ପର୍ଯ୍ୟଟନ ସ୍ଥଳୀ ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ଖବର ଅତ୍ୟନ୍ତ ସ୍ପର୍ଶକାତର, ସଭିଙ୍କୁ ଏହା ବିଚଳିତ କରିଛି। ଏହାକୁ ଦୃଢ଼ ନିନ୍ଦା କରୁଛି। ପର୍ଯ୍ୟଟନ ସ୍ଥଳୀରେ ମହିଳାମାନଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରତିଦିନ ମହିଳାଙ୍କ ଉପରେ ବଢୁଥିବା ନିର୍ଯାତନାକୁ ରୋକିବା ଦିଗରେ ସରକାର ସଜାଗ ହୁଅନ୍ତୁ। ରାଜ୍ୟରେ ମହିଳାମାନଙ୍କ ନିରାପତା ଓ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସରକାର କଠୋର ପଦକ୍ଷେପ ଗ୍ରହଣ କରନ୍ତୁ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande